18ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
19ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
20ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
21ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
22ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”