20ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
21ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
22ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”
23ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
24ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।