ଆଦି ପୁସ୍ତକ 3

ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;

Genesis 3:4 (UKJV) And the serpent said unto the woman, All of you shall not surely die:

2ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;

3କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”

4ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;

5ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”

6ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.