5ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
6ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
7ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
8ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
9ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”