ଆଦି ପୁସ୍ତକ 30

ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”

Genesis 30:1 (UKJV) And when Rachel saw that she bare Jacob no children, Rachel envied her sister; and said unto Jacob, Give me children, or else I die.

1ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”

2ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”

3ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.