ଆଦି ପୁସ୍ତକ 30

ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।

Genesis 30:12 (UKJV) And Zilpah Leah's maid bare Jacob a second son.

10ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା।

11ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।

12ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।

13ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।

14ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍‍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.