ଆଦି ପୁସ୍ତକ 30

ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।

Genesis 30:13 (UKJV) And Leah said, Happy am I, for the daughters will call me blessed: and she called his name Asher.

11ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।

12ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।

13ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।

14ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍‍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”

15ତହିଁରେ ସେ କହିଲା, “ତୁମ୍ଭେ ମୋʼ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.