16ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।
17ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।
18ତେବେ ଲେୟା କହିଲା, “ମୁଁ ସ୍ୱାମୀକୁ ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା।
19ଏଥିଉତ୍ତାରେ ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା।
20ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ୱାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା।