22ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।
23ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”
24ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
25ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱ ସ୍ଥାନକୁ ଓ ନିଜ ଦେଶକୁ ଯିବି।
26ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”