24ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
25ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱ ସ୍ଥାନକୁ ଓ ନିଜ ଦେଶକୁ ଯିବି।
26ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”
27ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।”
28ଏହେତୁ “ତୁମ୍ଭେ ଆପେ ନିଜ ବେତନ ସ୍ଥିର କର, ମୁଁ ତାହା ତୁମ୍ଭକୁ ଦେବି।”