ଆଦି ପୁସ୍ତକ 30

ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋʼ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍‍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।”

Genesis 30:33 (UKJV) So shall my righteousness answer for me in time to come, when it shall come for my hire before your face: every one that is not speckled and spotted among the goats, and brown among the sheep, that shall be counted stolen with me.

31ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋʼ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।

32ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ।

33ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋʼ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍‍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।”

34ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।”

35ଏଥିଉତ୍ତାରେ ସେ ସେହି ଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.