ଆଦି ପୁସ୍ତକ 30

ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା।

Genesis 30:36 (UKJV) And he set three days' journey between himself and Jacob: and Jacob fed the rest of Laban's flocks.

34ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।”

35ଏଥିଉତ୍ତାରେ ସେ ସେହି ଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;

36ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା।

37ଆଉ ଯାକୁବ ଲିବ୍‍ନୀ ଓ ଲୂସ୍‍ ଓ ଅର୍ମୋନ୍‍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍‍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା।

38ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍‍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.