ଆଦି ପୁସ୍ତକ 30

ପୁଣି, ସେ ଆପଣା ଦାସୀ ବିଲ୍‌ହାକୁ ତାହା ସହିତ ବିବାହ ଦେଲା।

Genesis 30:4 (UKJV) And she gave him Bilhah her handmaid to wife: and Jacob went in unto her.

2ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”

3ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”

4ପୁଣି, ସେ ଆପଣା ଦାସୀ ବିଲ୍‌ହାକୁ ତାହା ସହିତ ବିବାହ ଦେଲା।

5ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍‌ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।

6ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.