ଆଦି ପୁସ୍ତକ 30

ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;

Genesis 30:41 (UKJV) And it came to pass, whenever the stronger cattle did conceive, that Jacob laid the rods before the eyes of the cattle in the gutters, that they might conceive among the rods.

39ପୁଣି, ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛୁଆ ପ୍ରସବ କଲେ।

40ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା।

41ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;

42ତହିଁରେ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ।

43ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.