ଆଦି ପୁସ୍ତକ 30

ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍‌ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।

Genesis 30:5 (UKJV) And Bilhah conceived, and bare Jacob a son.

3ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”

4ପୁଣି, ସେ ଆପଣା ଦାସୀ ବିଲ୍‌ହାକୁ ତାହା ସହିତ ବିବାହ ଦେଲା।

5ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍‌ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।

6ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।

7ଏଥିଉତ୍ତାରେ ରାହେଲର ଦାସୀ ବିଲ୍‌ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.