4ପୁଣି, ସେ ଆପଣା ଦାସୀ ବିଲ୍ହାକୁ ତାହା ସହିତ ବିବାହ ଦେଲା।
5ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।
6ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।
7ଏଥିଉତ୍ତାରେ ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
8ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।