ଆଦି ପୁସ୍ତକ 30

ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।

Genesis 30:9 (UKJV) When Leah saw that she had left bearing, she took Zilpah her maid, and gave her Jacob to wife.

7ଏଥିଉତ୍ତାରେ ରାହେଲର ଦାସୀ ବିଲ୍‌ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।

8ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।

9ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।

10ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା।

11ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.