ଆଦି ପୁସ୍ତକ 31

ପୁଣି, “ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି,” ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।

Genesis 31:1 (UKJV) And he heard the words of Laban's sons, saying, Jacob has taken away all that was our father's; and of that which was our father's has he got all this glory.

1ପୁଣି, “ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି,” ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।

2ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।

3ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.