9ଏହିରୂପେ ପରମେଶ୍ୱର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ।
10କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।
11ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ‘ଯାକୁବ’ ବୋଲି ଡାକନ୍ତେ, ମୁଁ କହିଲି, ‘ଦେଖନ୍ତୁ, ମୁଁ ଏଠାରେ।’
12ତହିଁରେ ସେ କହିଲେ, ‘ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।
13ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରିଯାଅ!’”