ଆଦି ପୁସ୍ତକ 31

ତହିଁରେ ସେ କହିଲେ, ‘ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।

Genesis 31:12 (UKJV) And he said, Lift up now yours eyes, and see, all the rams which leap upon the cattle are striped with bands, speckled, and greyed: for I have seen all that Laban does unto you.

10କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।

11ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ‘ଯାକୁବ’ ବୋଲି ଡାକନ୍ତେ, ମୁଁ କହିଲି, ‘ଦେଖନ୍ତୁ, ମୁଁ ଏଠାରେ।’

12ତହିଁରେ ସେ କହିଲେ, ‘ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।

13ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍‍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରିଯାଅ!’”

14ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.