14ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି?
15ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।
16ଏହେତୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର। ଏଣୁ ପରମେଶ୍ୱର ତୁମ୍ଭକୁ ଯାହା କହିଲେ, ତୁମ୍ଭେ ତାହା କର।”
17ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;
18ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍, ପଦ୍ଦନ୍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍ହାକ ନିକଟକୁ ପ୍ରସ୍ଥାନ କଲା।