ଆଦି ପୁସ୍ତକ 31

ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;

Genesis 31:17 (UKJV) Then Jacob rose up, and set his sons and his wives upon camels;

15ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।

16ଏହେତୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର। ଏଣୁ ପରମେଶ୍ୱର ତୁମ୍ଭକୁ ଯାହା କହିଲେ, ତୁମ୍ଭେ ତାହା କର।”

17ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;

18ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‌ହାକ ନିକଟକୁ ପ୍ରସ୍ଥାନ କଲା।

19ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.