17ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;
18ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍, ପଦ୍ଦନ୍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍ହାକ ନିକଟକୁ ପ୍ରସ୍ଥାନ କଲା।
19ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
20ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।
21ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।