18ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍, ପଦ୍ଦନ୍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍ହାକ ନିକଟକୁ ପ୍ରସ୍ଥାନ କଲା।
19ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
20ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।
21ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।
22ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।