ଆଦି ପୁସ୍ତକ 31

ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।

Genesis 31:22 (UKJV) And it was told Laban on the third day that Jacob was fled.

20ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।

21ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।

22ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।

23ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ିଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।

24ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.