21ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।
22ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।
23ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ିଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।
24ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”
25ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।