25ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।
26ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋʼ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀଲୋକଙ୍କ ପରି ଘେନି ଆସିଲ।
27ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି।
28ତୁମ୍ଭେ ମୋହର ପୁତ୍ରକନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।
29ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।