31ତହିଁରେ ଯାକୁବ ଲାବନକୁ ଉତ୍ତର କଲା, “ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋʼ ଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି।
32ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼ ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।
33ତହୁଁ ଲାବନ ଯାକୁବର ତମ୍ବୁଗୃହ ଓ ଲେୟାର ତମ୍ବୁଗୃହ ଓ ଦୁଇ ଦାସୀର ତମ୍ବୁଗୃହକୁ ଯାଇ ଅନ୍ୱେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ବୁଗୃହ ଛାଡ଼ି ରାହେଲର ତମ୍ବୁଗୃହରେ ପ୍ରବେଶ କଲା।
34ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
35ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।