34ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
35ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।
36ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ୱଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ?
37ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ।
38ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇ ନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ।