2ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।
3ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”
4ଏଣୁ ଯାକୁବ କ୍ଷେତ୍ରରେ ପଶୁପଲ ନିକଟକୁ ରାହେଲ ଓ ଲେୟାକୁ ଡକାଇ କହିଲା,
5“ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।
6ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।