38ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇ ନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ।
39ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ।
40ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;
41ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛ।
42ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ଖାଲି ହାତରେ ବିଦାୟ କରିଥାʼନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”