40ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;
41ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛ।
42ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ଖାଲି ହାତରେ ବିଦାୟ କରିଥାʼନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
43ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?
44ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ।”