ଆଦି ପୁସ୍ତକ 31

ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ।”

Genesis 31:44 (UKJV) Now therefore come you, let us make a covenant, I and you; and let it be for a witness between me and you.

42ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ଖାଲି ହାତରେ ବିଦାୟ କରିଥାʼନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”

43ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?

44ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ।”

45ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା।

46ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.