43ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?
44ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ।”
45ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା।
46ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।
47ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍ (ସାକ୍ଷୀ ରାଶୀ) ରଖିଲା।