ଆଦି ପୁସ୍ତକ 31

ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍‍ (ସାକ୍ଷୀ ରାଶୀ) ରଖିଲା।

Genesis 31:47 (UKJV) And Laban called it Jegarsahadutha: but Jacob called it Galeed.

45ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା।

46ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।

47ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍‍ (ସାକ୍ଷୀ ରାଶୀ) ରଖିଲା।

48ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା;” ଏଥିପାଇଁ ତାହାର ନାମ ଗଲୟଦ୍‍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,

49ଯେହେତୁ ସେ କହିଲା, “ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.