ଆଦି ପୁସ୍ତକ 31

ଯେହେତୁ ସେ କହିଲା, “ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ।

Genesis 31:49 (UKJV) And Mizpah; for he said, The LORD watch between me and you, when we are absent one from another.

47ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍‍ (ସାକ୍ଷୀ ରାଶୀ) ରଖିଲା।

48ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା;” ଏଥିପାଇଁ ତାହାର ନାମ ଗଲୟଦ୍‍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,

49ଯେହେତୁ ସେ କହିଲା, “ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ।

50ତୁମ୍ଭେ ଯଦି ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”

51ଆହୁରି ଲାବନ ଯାକୁବକୁ କହିଲା, “ଏହି ରାଶି ଦେଖ, ପୁଣି, ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.