ଆଦି ପୁସ୍ତକ 31

“ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।

Genesis 31:5 (UKJV) And said unto them, I see your father's countenance, that it is not toward me as before; but the God of my father has been with me.

3ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”

4ଏଣୁ ଯାକୁବ କ୍ଷେତ୍ରରେ ପଶୁପଲ ନିକଟକୁ ରାହେଲ ଓ ଲେୟାକୁ ଡକାଇ କହିଲା,

5“ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।

6ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।

7ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.