ଆଦି ପୁସ୍ତକ 31

ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‌ହାକର ଭୟସ୍ଥାନର ଶପଥ କଲା।

Genesis 31:53 (UKJV) The God of Abraham, and the God of Nahor, the God of their father, judge between us. And Jacob swore by the fear of his father Isaac.

51ଆହୁରି ଲାବନ ଯାକୁବକୁ କହିଲା, “ଏହି ରାଶି ଦେଖ, ପୁଣି, ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ।

52ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋʼ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ।

53ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‌ହାକର ଭୟସ୍ଥାନର ଶପଥ କଲା।

54ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।

55ଏଥିଉତ୍ତାରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ୱ ସ୍ଥାନକୁ ଫେରିଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.