ଆଦି ପୁସ୍ତକ 31

ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।

Genesis 31:6 (UKJV) And all of you know that with all my power I have served your father.

4ଏଣୁ ଯାକୁବ କ୍ଷେତ୍ରରେ ପଶୁପଲ ନିକଟକୁ ରାହେଲ ଓ ଲେୟାକୁ ଡକାଇ କହିଲା,

5“ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।

6ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।

7ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।

8ଯେହେତୁ ‘ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ,’ ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି, ‘ରେଖାଙ୍କିତ ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ,’ ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.