12ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”
13ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା;
14ଅର୍ଥାତ୍, ଦୁଇ ଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇ ଶହ ମେଷୀ ଓ କୋଡ଼ିଏ ମେଷ,
15ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।
16ଏଥିଉତ୍ତାରେ ପଲସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”