16ଏଥିଉତ୍ତାରେ ପଲସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”
17ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ‘ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?’
18ତେବେ ତୁମ୍ଭେ ଉତ୍ତର ଦେବ, ‘ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।’”
19ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।
20ଆହୁରି କହିବ, ‘ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି;’” କାରଣ ସେ ମନେ କଲେ, “ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରିପାରନ୍ତି।”