ଆଦି ପୁସ୍ତକ 32

ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍‍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।

Genesis 32:19 (UKJV) And so commanded he the second, and the third, and all that followed the droves, saying, On this manner shall all of you speak unto Esau, when all of you find him.

17ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ‘ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?’

18ତେବେ ତୁମ୍ଭେ ଉତ୍ତର ଦେବ, ‘ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।’”

19ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍‍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।

20ଆହୁରି କହିବ, ‘ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି;’” କାରଣ ସେ ମନେ କଲେ, “ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରିପାରନ୍ତି।”

21ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.