20ଆହୁରି କହିବ, ‘ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି;’” କାରଣ ସେ ମନେ କଲେ, “ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରିପାରନ୍ତି।”
21ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।
22ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।
23ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା।
24ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।