ଆଦି ପୁସ୍ତକ 32

ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା।

Genesis 32:23 (UKJV) And he took them, and sent them over the brook, and sent over that he had.

21ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।

22ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।

23ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା।

24ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।

25ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.