26ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”
27ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।”
28ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
29ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।
30ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”