ଆଦି ପୁସ୍ତକ 32

ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।

Genesis 32:3 (UKJV) And Jacob sent messengers before him to Esau his brother unto the land of Seir, the country of Edom.

1ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।

2ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ;” ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।

3ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।

4ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ‘ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।

5ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.