ଆଦି ପୁସ୍ତକ 32

ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”

Genesis 32:30 (UKJV) And Jacob called the name of the place Peniel: for I have seen God face to face, and my life is preserved.

28ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”

29ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।

30ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”

31ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।

32ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.