4ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ‘ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।
5ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”
6ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”
7ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
8“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”