ଆଦି ପୁସ୍ତକ 32

“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”

Genesis 32:8 (UKJV) And said, If Esau come to the one company, and strike it, then the other company which is left shall escape.

6ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”

7ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍‍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,

8“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”

9ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‌ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’

10ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.