ଆଦି ପୁସ୍ତକ 32

ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‌ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’

Genesis 32:9 (UKJV) And Jacob said, O God of my father Abraham, and God of my father Isaac, the LORD which said unto me, Return unto your country, and to your kindred, and I will deal well with you:

7ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍‍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,

8“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”

9ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‌ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’

10ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।

11ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.